ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର,ତିଥି-୭ମୀ ଦିବା ୦୯.୪୪ ଗତେ ୮ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୯.୪୪ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୪.୦୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
କୃତିକା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ। ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି।
ରୋହିଣୀ- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।
ମୃଗଶିରା- ଆର୍ଥିକ ସୁଧାର, ନିର୍ମାଣ କାର୍ୟ୍ୟ, ଯୋଗାଯୋଗ, ଦୂରଯାତ୍ରା ପାଇଁ ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ଶତ୍ରୁତା ବାଧା ସୃଷ୍ଟି କରିପାରେ। ଚାକିରୀ ଆଦି କର୍ମ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖା ଦେଇପାରେ ।
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬