• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th Jan 2024: ଏହି ରାଶିର ବ୍ୟକ୍ତିମାନେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିଲେ ଭଲ ..

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ

Gemini

ମିଥୁନ

Monday 08 Jan 2024

ମୃଗଶିରା- ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।

ଆଦ୍ରା- ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇ ପାରନ୍ତି । 

ପୁନର୍ବସୁ- ବନ୍ଧୁଙ୍କ ସହାୟତା ଲାଭକରି କାର୍ଯ୍ୟ ହାସଲ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । 

ପ୍ରତିକାର- ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :