• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବହୁ ଦିନର ମନସ୍କାମନା ପୂରଣ ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୮ ତାରିଖ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୩ୟା ଅହୋରାତ୍ର,ଘାତଚନ୍ଦ୍ର-ନାସ୍ତି ,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Monday 08 Jul 2024

ପୂ,ଭାଦ୍ରପଦ- ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ । ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ ।

ଉ,ଭାଦ୍ରପଦ- ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ।

ରେବତୀ- କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି । ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର‌୍ୟ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :