ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୦୮ ଶନିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୨ୟା ଦିବା ୦୩.୫୫ ଗତେ ୩ୟା ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୩.୫୫ ଗତେ ୦୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୭.୪୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ
ପୁନର୍ବସୁ- ସ୍ୱାସ୍ଥ୍ୟ ଭଲରହିବା ସହ ଆର୍ଥିକ ସ୍ଥିତି ସୁଦୃଢ ହେବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ ।
ପୁଷ୍ୟା- ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ବିଦ୍ୟରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ।
ଅଶ୍ଲେଷା- ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ । କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି କରନ୍ତୁ । ଅର୍ଥସଙ୍କଟ ଲାଗି ରହିବାରୁ ସାମାନ୍ୟ ବିଚଳିତ ଅନୁଭବ କରିପାରନ୍ତି।
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨