• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Aquarius

କୁମ୍ଭ

Wednesday 08 Mar 2023

ଧନିଷ୍ଠା- ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।

ଶତଭିଷା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶିକ୍ଷାର୍ଥୀମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ । ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ମହିଳାମାନେ ଉତ୍ସାହିତ ରହିବେ ।

ପୂ, ଭାଦ୍ରପଦ- ଆର୍ଥିକ ସକଂଟ ଲାଗି ରହିଲେ ମଧ୍ୟ ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ସ୍ଥିର ମନ ନେଇ କାମ କରିଲେ ସମସ୍ୟାର ସମାଧାନ ହେବାର କାରଣ ଅଛି । ଆଜି ଆପଣଙ୍କ ସାମନାକୁ ନୂଆ ଅବସର ଆସିବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର - ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ