• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Scorpio

ବିଛା

Wednesday 08 Mar 2023

ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତିଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ ।

ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ ।

ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ, ଖଳବ୍ୟକ୍ତି ମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ