• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th March 2023: ଏହି ରାଶିର ବ୍ୟକ୍ତି ଆଜି ନିସ୍ପଳତା ଓ ନିରାଶା ଅନୁଭବ କରିବେ

ସୌର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର - ସିଂହ ଦିବା ୦୮.୫୨ ଗତେ କନ୍ୟା । ତିଥି - ପ୍ରତିପଦ ରାତ୍ରି ୦୭.୪୩ ଗତେ ୨ୟା । ଘାତ ଚନ୍ଦ୍ର - କର୍କଟ, ମକର ଦିବା ୦୮.୫୨ ଗତେ ବୃଷ । ଘାତ ବାର- କର୍କଟ ।

Sagittarius

ଧନୁ

Wednesday 08 Mar 2023

ମୂଳା- ପ୍ରେମ ଓ ସାଂସାରିକ  ଜୀବନ ହସଖୁସିରେ କଟିବ । ନିଜ କାର୍ଯ୍ୟ ପାଇଁ ପ୍ରଂଶସିତ ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ପୂର୍ବ ଯୋଜନା ଅନୁସାରେ କାମ କରିବେ । ବାକି ପଡିଥିବା ଅର୍ଥକୁ କୈଶଳରେ ଆଦାୟ କରିବାକୁ ସମର୍ଥ ହେବେ ।

ପୂ, ଷାଢା-ସାମ୍ୱାଦିକତା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତି ପାଦିତ କରିବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ମଧୁର କଥା ଦ୍ୱାରା ଅନ୍ୟମାନଙ୍କୁ ଖୁସି କରିବେ । ବିବାଦିୟ ଘଟଣାରେ ବିଜୟଲାଭ କରିପାରନ୍ତି । ଅତ୍ୟଧିକ ଭାବପ୍ରବଣ ହୋଇ ଅସୁବିଧାରେ ପଡିପାରନ୍ତି ।

ଉ, ଷାଢା- ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ । ସାଂସାରିକ ସ୍ୱାଧିନତା ରହିବ । ଚାକିରିରେ ଆଶ୍ୱସ୍ତି ହୋଇପାରନ୍ତି । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ ।

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ