ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ବୁଧବାର । ଚନ୍ଦ୍ର- ମେଷ ସନ୍ଧ୍ୟା ୦୭.୦୭ ଗତେ ବୃଷ,ତିଥି- ଅମାବାସ୍ୟା ଦିବା ୦୮.୫୧ ଗତେ ପ୍ରତିପଦ,ଘାତଚନ୍ଦ୍ର- ମେଷ ରାଶିର, ସନ୍ଧ୍ୟା ୦୭.୦୭ ଗତେ ବିଛା ରାଶିର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୦୧.୩୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
କୃତିକା- ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । ଅନ୍ୟମାନଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ । ନୂତନ କାର୍ୟ୍ୟରେ ହାତ ଦେଇ କୃତକାର୍ୟ୍ୟ ହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ
ରୋହିଣୀ- ସଭାସମିତିରେ ଯୁକ୍ତିତର୍କରୁ ଦୂରେଇ ରହିବା ଭଲ । ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ରାଜନିତିରେ ଭଲ କାମ କରି ଲୋକଙ୍କ ପ୍ରିୟ ରହିବେ ।
ମୃଗଶିରା- ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି , ସେମାନେ ଆଡମିଶନ୍ ପାଇ ପାରିବେ ।
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬