• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।

Aries

ମେଷ

Friday 09 Aug 2024

ଅଶ୍ୱନୀ- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ।

ଦ୍ୱିଜା- କର୍ମକ୍ଷେତ୍ରରେ ନିମ୍ନବର୍ଗୀୟ ବ୍ୟକ୍ତିବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ପରିବାରରେ ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ ।

କୃତିକା- ଶିକ୍ଷା କ୍ଷେତ୍ରରେ ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତ ହେବ । ମହିଳାମାନଙ୍କୁ କୌଣସି ବ୍ୟକ୍ତିଙ୍କ ସହୟତା ମିଳିବ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :