ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଦିବା ୦୯.୧୪ ଗତେ ମୀନ,ତିଥି-୮ମୀ ଦିବା ୦୮.୦୩ ଗତେ ୯ମୀ ନିଶାନ୍ତ ୦୬.୦୨ ଗତେ ୧୦ମୀ,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୦୯.୧୪ ଗତେ ଧନୁ ରାଶିର,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୫ ପର୍ଯ୍ୟନ୍ତ
କୃତିକା- କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଡ୍ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ।
ରୋହିଣୀ- ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ।
ମୃଗଶିରା- କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ। ଅଟକି ରହିଥିବା କାର୍ୟ୍ୟର ସମସ୍ୟାଟି ଆକସ୍ମିକ ଭାବେ ସମାଧାନ ହୋଇଯିବାରୁ ମନ ଖୁସି ରହିବ।
ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬