• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Jan 2024: ଏହି ରାଶିର ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ

ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Wednesday 10 Jan 2024

ମଘା- କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ। 
ପୂ,ଫାଲଗୁନି- ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । 
ଉ,ଫାଲଗୁନି- ବାହ୍ୟ ଗମନା ଗମନ ପ୍ରତି ସତର୍କ ରୁହନ୍ତୁ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର‌୍ୟ୍ୟକୁ ସମ୍ପୂର୍ଣ୍ଣ କରିବେ।
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :