ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୯ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୦୮.୪୬ ଗତେ ବୃଷ,ତିଥି- ୧୦ ମୀ ଦିବା ୧୨.୨୨ ଗତେ ୧୧ଶୀ, ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୮.୪୬ ଗତେ ବିଛା ରାଶିର,ପୁଷ୍କର ଦୋଷ- ଦିବା ୦୩.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଅଶ୍ୱନୀ- ମାନସିକ ସ୍ଥିତି ସାମାନ୍ୟ ବ୍ୟତିକ୍ରମ ଥାଇ ସୁଦ୍ଧା କର୍ମକ୍ଷେତ୍ରରେ ଅପ୍ରତିଦ୍ୱନ୍ଦ୍ୱୀ ରହିବେ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ଦ୍ୱିଜା- ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସାମାଜିକ ଜୀବନ ଉନ୍ନତତର ରହିବ । ପଦମର୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ ।
କୃତିକା- ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।
ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯