ସୌର ଧନୁ ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୯ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୦୮.୪୬ ଗତେ ବୃଷ,ତିଥି- ୧୦ ମୀ ଦିବା ୧୨.୨୨ ଗତେ ୧୧ଶୀ, ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୦୮.୪୬ ଗତେ ବିଛା ରାଶିର,ପୁଷ୍କର ଦୋଷ- ଦିବା ୦୩.୦୭ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ
ପୂ, ଷାଢା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।
ଉ, ଷାଢା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩