ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୨.୫୮ ଗତେ ମୀନ । ତିଥି – ୭ମୀ ରାତ୍ରି ୦୮.୦୦ ଗତେ ଅଷ୍ଟମୀ । ଘାତ ଚନ୍ଦ୍ର – ଧନୁ ଅହୋରାତ୍ର । ଘାତ ବାର – ମେଷ ।
ଧନିଷ୍ଠା- ପରିଶ୍ରମଜନିତ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ବନ୍ଧୁଙ୍କ ପାଖରେ ସମସ୍ୟାକୁ ଜଣାନ୍ତୁ ।
ଶତଭିଷା- ସନ୍ତାନମାନଙ୍କର କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ। କୌଣସି କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ। ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।
ପୂ, ଭାଦ୍ରପଦ- ଶତ୍ରୁତା କରୁଥିବା ଲୋକ ନିଜର ଫାଇଦା ହାସଲର ଅପଚେଷ୍ଟା ଲାଗି ମନ ବଳାଇ ପାରନ୍ତି। ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମଟି ଆଜି ସମ୍ପନ୍ନ ହୋଇପାରିବ। ସାମୟିକ ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ