ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ଦିବା ୦୨.୫୮ ଗତେ ମୀନ । ତିଥି – ୭ମୀ ରାତ୍ରି ୦୮.୦୦ ଗତେ ଅଷ୍ଟମୀ । ଘାତ ଚନ୍ଦ୍ର – ଧନୁ ଅହୋରାତ୍ର । ଘାତ ବାର – ମେଷ ।
ମୂଳା- ଦୀର୍ଘଦିନ ହେଲା ଯାହା ପାଇନଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତ ମାନର ଫଳ ପାଇବେ।
ପୂ, ଷାଢା- କର୍ମକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ସାହାଯ୍ୟ ପାଇପାରିବେ। କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଦୁଃଖ ହୋଇପାରେ।
ଉ, ଷାଢ଼ା- ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି । ସମ୍ପର୍କୀୟଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟା କରି ନିରାଶ ହେବେ। ଆନୁଷ୍ଠାନିକ କାର୍ଯ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିପାରନ୍ତି।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ