• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୦୯ ତାରିଖ ମଙ୍ଗଳବାର । ଚନ୍ଦ୍ର- କର୍କଟ ପ୍ରାତଃ ୦୭.୫୩ ଗତେ । ସିଂହ ତିଥି- ୩ୟା (ମଳ) ପ୍ରାତଃ ୦୬.୦୯ ଗତେ ୪ର୍ଥୀ ।

Virgo

କନ୍ୟା

Tuesday 09 Jul 2024

ଉ,ଫଳଗୁନି- କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରି ବ୍ୟସ୍ତ ହୋଇପାରନ୍ତି। ମନରେ ଅସ୍ଥିରତା ଲାଗି ରହିଲେ ମଧ୍ୟ କିଛି ଆଶା ନେଇ କାମ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।

ହସ୍ତା- ସଫଳତାର ଅଭାବ ଓ ସଂଘର୍ଷମୟ ସ୍ଥିତି ହେତୁ ଅଧିକାଂଶ ସମୟ ତର୍କବିବାଦରେ ଅତିବାହିତ ହେବ। କୌଣସି କ୍ଷେତ୍ରରେ ଅତ୍ୟଧିକ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍ ହେବ ନାହିଁ।

ଚିତ୍ରା- ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। କିଛି ନୂତନ ତଥ୍ୟ ଓ ଅନୁସନ୍ଧାନ କ୍ଷେତ୍ରରେ ପ୍ରେରଣା ଦେଇ ପ୍ରଶଂସିତ ହେବେ। ।

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :