• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହାନ କ୍ରୟ କରିବାର ଯୋଗ ରହିଛି

ସୌର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୦୯ ରବିବାର। ଚନ୍ଦ୍ର- ମିଥୁନ ଦିବା ୦୨-୦୮ ଗତେ କର୍କଟ। ତିଥି- ୩ୟା ଦିବା ୦୩.୪୪ ଗତେ ୪ର୍ଥୀ। ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୨.୦୮ପର୍ଯ୍ୟନ୍ତ। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ରାତ୍ରି ୦୮.୨୧ ଗତେ ୦୧ ପାଦ-କୃଷିହାନି-ଭୂମିଦାନ।

Cancer

କର୍କଟ

Sunday 09 Jun 2024

ପୁନର୍ବସୁ- ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମୀଖ ସଭାସମିତିରେ ସମ୍ମାନିତ ହେବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ

ପୁଷ୍ୟା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ।

ଅଶ୍ଲେଷା- ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରୀଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :