ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।
ଧନିଷ୍ଠା – ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।
ଶତଭିଷା – ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ପରିବାର ପ୍ରତି ଆପଣଙ୍କର ଦାୟିତ୍ବ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ
ପୂ , ଭାଦ୍ରପଦ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮