ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୯ ତାରିଖ ଗୁରୁବାର । ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୨ୟା ରାତ୍ରି ୦୮.୫୪ ଗତେ ୩ୟା । ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ତୁଳା କୁମ୍ଭ,ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦାନ ରାତ୍ରି ୦୮.୫୪ ପର୍ଯ୍ୟନ୍ତ ।
ମଘା – ଜୀବାଣୁ ଜନିତ ସମସ୍ୟା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ
ପୂ , ଫାଲଗୁନୀ - ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ୟ୍ୟ ହେବେ । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।
ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ ।
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧