Daily Horoscope 9th May 2024: ଆଜି ଏହି ରାଶିର ବ୍ୟକ୍ତିମାନେ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୦୯ ତାରିଖ ଗୁରୁବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ପ୍ରତିପଦ ପ୍ରାତଃ ୦୬.୨୧ ଗତେ ୨ୟା ରାତ୍ରି ୦୪.୧୮ ଗତେ।। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର।

Aries

ମେଷ

Thursday 09 May 2024

ଅଶ୍ୱନୀ- ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ।

କୃତିକା- ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ଦ୍ୱିଜା- ଯେଉଁ ଜିନିଷଟିକୁ ପାଇବାକୁ ଅପେକ୍ଷା କରିଛନ୍ତି, ତାହା ସାମାନ୍ୟ ବିଳମ୍ବରେ ପାଇବେ । କଳା, ସଙ୍ଗୀତ ତଥା କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ। ଗଡ଼ି ଆସୁଥିବା ମୋକଦ୍ଦମାର ବିଚାର ହୋଇପାରେ ।

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :