• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ନୂତନ ଯାନ ବାହନ କ୍ରୟ କରିବାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ବୁଧବାର ।ଚନ୍ଦ୍ର- ଧନୁ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୧୨.୧୪ ଗତେ ୭ମୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ଦିବା ୧୨.୧୪ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Cancer

କର୍କଟ

Wednesday 09 Oct 2024

ପୁନର୍ବସୁ- ଆକସ୍ମିକଭାବରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସାହାର‌୍ୟ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ପୁଷ୍ୟା- ପ୍ରଶାସନିକ ସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହୋଇପାରନ୍ତି। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ଅଶ୍ଲେଷା- ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ ସକାଶେ ଅନୁକୂଳତା ଅନୁଭବ କରିବେ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :