• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 9th September 2023: ଏହି ରାଶିର ବ୍ୟକ୍ତି‌‌ ସତର୍କ ରୁହନ୍ତୁ, ପଡ଼ିପାରନ୍ତି ଅସୁବିଧାରେ...

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୯ ତାରିଖ ଶନିବାର । ଚନ୍ଦ୍ର-ମିଥୁନ ଅହରାତ୍ର । ତିଥି-୧୦ମୀ ସନ୍ଧ୍ୟା ୦୭.୧୮ ଗତେ ୧୧ଶୀ । ଘାତ ଚନ୍ଦ୍ର-କନ୍ୟା ରାଶିର ଅହରାତ୍ର । ଘାତ ବାର-ବୃଷ, ସିଂହ ଓ କନ୍ୟା ।

Leo

ସିଂହ

Saturday 09 Sep 2023

ମଘା-ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୈାଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ୍ ହେବେ ।

ପୂ- ଫାଲ୍‌ଗୁନୀ- କର୍ମକ୍ଷେତ୍ରରେ ଅନେକ ସୁବିଧା ସୁଯୋଗ ପାଇବା ଫଳରେ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତି ବୃଦ୍ଧି ପାଇବ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବିଦେଶକୁ ଯାଇ ପାରନ୍ତି ।

ଉ- ଫାଲ୍‌ଗୁନୀ- ସମ୍ପତି ଲାଭ ହୋଇପାରେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସି୍ଥତି ରହିପାରେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ।