• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Taurus

ବୃଷ

Thursday 14 Dec 2023

କୃତିକା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ରୋହିଣୀ- ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବେ । ପଡୋଶୀଙ୍କ କଟୁକ୍ତି ମନରେ ଗଭୀର ରେଖାପାତ କରିପାରେ । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କର ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ ।

ମୃଗଶିରା- କୋର୍ଟକଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତ୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :