• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Dec 2023 : ପ୍ରେମ ସମ୍ପର୍କ ବିବାହରେ ପରିଣତ ହେବ, ନୂତନ ବନ୍ଧୁତ୍ୱ ସୃଷ୍ଟି ହେବା ସମ୍ଭାବନା..

ସୌର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୨ୟା ରାତ୍ରି ୧୨.୫୬ ଗତେ ୩ୟା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୨.୫୬ ପର୍ଯ୍ୟନ୍ତ ।

Leo

ସିଂହ

Thursday 14 Dec 2023

ମଘା- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ପୂ,ଫାଲଗୁନି- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଅଫିସରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ ।

ଉ,ଫାଲଗୁନି- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :