• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Friday 22 Dec 2023

ଧନିଷ୍ଠା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।

ଶତଭିଷା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ ।

ପୂ,ଭାଦ୍ରପଦ- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :