• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Friday 22 Dec 2023

ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।

ଅନୁରାଧା- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ

ଜ୍ୟେଷ୍ଠା- ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :