• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Cancer

କର୍କଟ

Tuesday 05 Dec 2023

ପୁନର୍ବସୁ- ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବା କାରଣରୁ ମନରେ ଖୁସି ରହିବ ନାହିଁ। କର୍ମକ୍ଷେତ୍ରରେ ଆପଣଙ୍କ ଭୁଲ୍ ନିଷ୍ପତ୍ତି ଏକତରଫା ହୋଇଯାଇପାରେ । ବ୍ୟବସାୟ ଲାଗି ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ପୁଷ୍ୟା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।

ଅଶ୍ଲେଷା- ପରିସ୍ଥିତି ବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ ।

ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :