• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Leo

ସିଂହ

Tuesday 05 Dec 2023

ମଘା- ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣ ଓ ଘର ଲୋକଙ୍କ ଦାୟିତ୍ୱହୀନତାରୁ ଚିନ୍ତିତ ରହିବେ। ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ସ୍ୱାସ୍ଥ୍ୟ ସଚେତନତାର ଅଭାବଜନିତ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ ।

ପୂ,ଫାଲଗୁନି- ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ । ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ପାଖରେ ନଥିବା ଜିନିଷ ପାଇଁ ତର୍କ ଓ ବିବାଦ ବଢିପାରେ ।

ଉ,ଫାଲଗୁନି- ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :