• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Libra

ତୁଳା

Tuesday 05 Dec 2023

ଚିତ୍ରା- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ ।

ସ୍ୱାତୀ- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ଆନୁଷ୍ଠାନିକ କାମରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

ବିଶାଖା-ଆଇନ ଅଦାଲତ ଥିବା ଦୁଶ୍ଚିନ୍ତା ଦୂର ହୋଇପାରେ । ଛାତ୍ରଛାତ୍ରୀ ମାନଙ୍କର ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ମହିଳା ମାନଙ୍କର ପାରିବାରିକ ଜୀବନ ଆନନ୍ଦରେ କଟିବ ।

ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :