• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Scorpio

ବିଛା

Tuesday 05 Dec 2023

ବିଶାଖା- କର୍ମ କ୍ଷେତ୍ରରେ ବିଶେଷ ଅସୁବିଧା ରହିବ ନାହିଁ । ପାରିବାରିକ ବିଶୃଙ୍ଖଳା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ ।

ଅନୁରାଧା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ । କର୍ମକ୍ଷେତ୍ରରେ ବନ୍ଧୁତା ଓ ବ୍ୟବସାୟରେ ଉନ୍ନତି କରିବେ । ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତାରୁ ପ୍ରଶଂସିତ ହେବେ ।

ଜ୍ୟେଷ୍ଠା- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ଅସୁବିଧା ହେବ ନାହିଁ ।

ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :