• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Capricorn

ମକର

Wednesday 22 Nov 2023

ଉ,ଷାଢା- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରିକ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ଶ୍ରବଣା- ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାର୍ଥିମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୂରା କରିବେ ।

ଧନିଷ୍ଠା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ର କରି ଭାଇ କିମ୍ବା ପଡୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ । ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ମା ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :