ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।
ଅଶ୍ୱନୀ- ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡିବେ । ଆପଣ ନିଜ କଥାରେ ଅନ୍ୟ ମାନଙ୍କ ମନ ମୋହିବେ । ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ସହ କଥା ହେବାକୁ ପଡିବ ।
ଦ୍ୱିଜା- ବନ୍ଧୁ ମାଧ୍ୟମରେ ଅଶାନ୍ତିର ସମାଧାନର ବାଟ ବାହାରିବ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ । ଜମିରେ ନିବେଶ ପାଇଁ ଭଲ ଦିନଟିଏ । ଚାକିରି କ୍ଷେତ୍ରରେ ନୂଆ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ ।
କୃତିକା- କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସହନଶୀଳତା ଯୋଗୁଁ ପ୍ରଶଂସା ମିଳିବ ।
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯