ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୭ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ପୂର୍ଣ୍ଣିମା ଦିବା ୦୨.୪୬ ଗତେ ପ୍ରତିପଦ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୧.୩୬ ପର୍ଯ୍ୟନ୍ତ ।
ଚିତ୍ରା- ମାନସିକ ଅବସ୍ଥାରେ ପରିବର୍ତ୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ସ୍ୱାତୀ-ଅଧା ଥିବା କାମ ପୁରା କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଯଥେଷ୍ଟ ଅଗ୍ରଗତି ଘଟିପାରେ । ଶିକ୍ଷାର୍ଥୀଙ୍କ ଉଚ୍ଚ ଆଶା ସଫଳ ହୋଇପାରେ ।
ବିଶାଖା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ ।
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କୁ ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨