ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୩୦ ତାରିଖ ସୋମବାର, ଚନ୍ଦ୍ର- ମେଷ ଦିବା ୧୦.୨୯ ଗତେ ବୃଷ, ତିଥି- ୨ୟା ରାତ୍ରି ୧୦.୨୩ ଗତେ ୩ୟା, ଘାତଚନ୍ଦ୍ର- ମେଷ ରାଶିର, ଦିବା ୧୦.୨୯ ଗତେ ବିଛା ରାଶିର, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୨୩ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୦୧ ପର୍ଯ୍ୟନ୍ତ ।
ମଘା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ ।
ପୂ,ଫାଲଗୁନି- ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଂଶସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ରାଜନୈତିକ କ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତ ହେବ ।
ଉ,ଫାଲଗୁନି- ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ମହିଳାମାନେ ଭ୍ରମଣର ସୁଯୋଗ ପାଇବେ । ନୂତନ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହୋଇପାରେ । ବନ୍ଧୁଙ୍କ ସହିତ ଦୂରଯାତ୍ରା କରିପାରନ୍ତି ।
ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧