• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 08 Oct 2023

ଉ- ଫାଲ୍‌ଗୁନୀ- ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟ,ଆଲୋଚନା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ସ୍ତରରେ ଭୁଲ୍ ବୁଝାମଣାଜନିତ ଅଶାନ୍ତି ଦେଖାଦେବ ।

ହସ୍ତା- ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାରେ ସଫଳତା ଲାଭ କରିବେ । ପରିବାରର ଅଭିଯୋଗ ପ୍ରତି ଧ୍ୟାନ ନ ଦେବା ମନାନ୍ତର ବୃଦ୍ଧି କରିପାରେ।

ଚିତ୍ରା- ପୂର୍ବ ବିବାଦକୁ ନେଇ କଚେରି ମାମଲା ଜନିତ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହିବା ଭଲ ନତବା ଅନୁତାପ କରିପାରନ୍ତି । ଆର୍ଥିକ ଦିଗରୁ ଉପକୃତ ହେବେ ।

ପ୍ରତିକାର - ଗୁରୁଜନ ମାନଙ୍କର ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :