• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 08 Oct 2023

ବିଶାଖା- କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ। ପଦୋନ୍ନତି କେତେକାଂଶରେ ମାନସିକ ସ୍ଥିତିକୁ ସନ୍ତୁଳିତ କରି ରଖିବାରେ ସାହାଯ୍ୟ କରିବ । ନୂତନ ସ୍ଥାନରେ କୌଣସି ବ୍ୟକ୍ତି ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି ।

ଅନୁରାଧା- ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କୌଣସି ନୂତନ ଯୋଜନା କିମ୍ବା ଦୂରଯାତ୍ରା ସକାଶେ ମନ ବଳାଇପାରନ୍ତି । ବନ୍ଧୁମାନେ ନିଜ ନିଜର ଫାଇଦା ହାସଲ ପାଇଁ ଚେଷ୍ଟା ଚଳାଇବେ ।

ଜ୍ୟୋଷ୍ଠା- ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ପାଇବା ପାଇଁ ଚିନ୍ତା କରିବେ। ଜମିଜମା, ବାଣିଜ୍ୟ, ନିର୍ମାଣ କ୍ଷେତ୍ର ଓ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସୁଫଳ ପାଇବେ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :