• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 8th October 2023: ଏହି ରାଶିର ବ୍ୟକ୍ତି ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ହଇରାଣରେ ପଡ଼ିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୮ ତାରିଖ ରବିବାର । ଚନ୍ଦ୍ର –କର୍କଟ ଅହୋରାତ୍ର ।ତିଥି- ୯ମୀ ଦିବା ୧୦.୧୩ ଗତେ ୧୦ମୀ । ଘାତ ଚନ୍ଦ୍ର- ନାସ୍ତି । ଘାତ ବାର- ମେଷ । ପୁଷ୍କର ଦୋଷ-୧ ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 08 Oct 2023

ଉ, ଷାଢା- ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ ।

ଶ୍ରବଣା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ। ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ। ଅଫିସରେ ଅବସର ସମୟରେ ସହକର୍ମୀଙ୍କ ସହ ମିଷ୍ଠାଳାପରୁ ଖୁସି ରହିବେ।

ଧନିଷ୍ଠା- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ । କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :