Daily Horoscope 16th September 2023: ଏହି ରାଶିର ବ୍ୟକ୍ତି ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହେବେ

ସୌର ସିଂହ ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶନିବାର । ଚନ୍ଦ୍ର –କନ୍ୟା ଅହୋରାତ୍ର । ତିଥି –ପ୍ରତିପଦ ଦିବା ୦୯.୧୭ ଗତେ ୨ୟା । ଘାତ ଚନ୍ଦ୍ର – ବୃଷ ରାଶିର ଅହୋରାତ୍ର । ଘାତ ବାର – ବୃଷ, ସିଂହ ଓ କନ୍ୟା । ପୁଷ୍କର ଦୋଷ –୨ ପାଦ କୃଷି ଓ ବଂଶ ହାନି- ଭୂମି ଓ ତିଳକାଞ୍ଚନ ଦାନ । ପ୍ରାତଃ ୦୭.୩୫ ଗତେ ୧ ପାଦ କୃଷିହାନି-ଭୂମିଦାନ । ଦିବା ୦୯.୧୭ ଗତେ ୨ ପାଦ କୃଷି ଓ ପଶୁ ହାନି –ଭୂମି ଓ ଅନ୍ନଦାନ ।

Aries

ମେଷ

Saturday 16 Sep 2023

ଅଶ୍ୱନୀ- କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସଫଳତା ଅର୍ଜନ କରିବେ । ଶାରୀରିକ ଅସୁସ୍ଥତା ଦେଖାଦେବ କିନ୍ତୁ ସତର୍କ ରହିଲେ ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

କୃତିକା- ଶିକ୍ଷାର୍ଥୀ ମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ଦ୍ୱିଜା- ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ ।

ପ୍ରତିକାର - ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :