ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।
ଅଶ୍ୱନୀ– ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ । କାମକାର୍ଯ୍ୟ ମାମଲାରେ ଦୂର ସ୍ଥାନକୁ ଯିବାକୁ ପଡିବ ।
କୃତିକା- ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।
ଦ୍ୱିଜା- କଚେରି ମାମଲା କାରଣରୁ ଉଦବେଗ ବୃଦ୍ଧି ପାଇବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ନିଜର ଚତୁରତା, ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ ।
ପ୍ରତିକାର - ପାରାକୁ ଚାଉଳ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯