ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।
ଧନିଷ୍ଠା- ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇ ପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ ।
ଶତଭିଷା- ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷାରେ ଅଗ୍ରଗତି କରିବେ ।
ପୂ, ଭାଦ୍ରପଦ- ଆପଣଙ୍କ ସ୍ୱଭାବ ଟିକେ କୋମଳ କରନ୍ତୁ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ । ସାହାଯ୍ୟ ସହଯୋଗ ପାଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ ।
ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮