• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 20th September 2023: ଏହି ରାଶିର ବ୍ୟକ୍ତି ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୦ ତାରିଖ ବୁଧବାର । ଚନ୍ଦ୍ର – ତୁଳା ଦିବା ୦୮.୪୩ ଗତେ ବିଛା । ତିଥି- ୫ମୀ ଦିବା ୦୨.୧୬ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ନାସ୍ତି । ଘାତ ବାର – କର୍କଟ । ପୁଷ୍କର ଦୋଷ – ୧ ପାଦ - କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୨.୫୭ ପର୍ଯ୍ୟନ୍ତ ।

Capricorn

ମକର

Wednesday 20 Sep 2023

ଉ, ଷାଢା- ବ୍ୟବସାୟରେ ତୃଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । 

ଶ୍ରବଣା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ସାମାଜିକ ସ୍ତରରେ ଖ୍ୟାତି ହେବ ଓ ସମ୍ପତି ସମ୍ବନ୍ଧୀୟ ଶୁଭ ସମାଚାର ଶୁଣିବାକୁ ମିଳିବ । 

ଧନିଷ୍ଠା– କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । କ୍ୟାରିୟର ସମସ୍ୟା ସମାଧାନର ବାଟ ମିଳିବ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :