• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 3rd October 2023: ଏହି ରାଶିର ବ୍ୟକ୍ତି ପରକଥାରେ ପଡ଼ି ହଇରାଣ ହେବେ !!

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ମଙ୍ଗଳବାର । ଚନ୍ଦ୍ର –ବୃଷ ଅହୋରାତ୍ର । ତିଥି- ୪ର୍ଥୀ ପ୍ରାତଃ୦୬.୧୨ ଗତେ ୫ମୀ (କ୍ଷୟ) ନିଶାନ୍ତ ୦୫.୩୩ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତ ବାର- ମକର । ପୁଷ୍କର ଦୋଷ- ୨ ପାଦ- କୃଷି ଓ ବଂଶ ହାନି –ଭୂମି ଓ ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୩ ଗତେ ୧ ପାଦ କୃଷି ହାନି – ଭୂମିଦାନ ।

Scorpio

ବିଛା

Tuesday 03 Oct 2023

ବିଶାଖା- ଗତକାଲି ଅପେକ୍ଷା ଆଜି ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ କେତେକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ।

ଅନୁରାଧା- କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପଦସ୍ଥ ବ୍ୟକ୍ତି ବିଶେଷ ମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ ।

ଜ୍ୟୋଷ୍ଠା- ସାମାଜିକ ସ୍ତରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ଧୈର୍ଯ୍ୟର ସହ ପରିସ୍ଥିତିର ସାମ୍ନା କଲେ ଉପକୃତ ହେବେ ।

 ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :