ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୧ ତାରିଖ ସୋମବାର । ଚନ୍ଦ୍ର – କନ୍ୟା ସନ୍ଧ୍ୟା ୦୫.୩୦ ଗତେ ତୁଳା । ତିଥି – ୫ମୀ ରାତ୍ରି ୦୨.୦୦ ଗତେ ୬ଷ୍ଠୀ । ଘାତ ଚନ୍ଦ୍ର – ବୃଷ ରାଶିର ସନ୍ଧ୍ୟା ୦୫.୩୦ । ଘାତ ବାର – ମିଥୁନ । ପୁଷ୍କର ଦୋଷ – ନାସ୍ତି ।
ଧନିଷ୍ଠା- ଗୁରୁଜନ ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ ଓ ଆର୍ଥିକ ସ୍ଥିତି ପୂର୍ବପରି ରହିବ।
ଶତଭିଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ରାଜନୀତିରେ କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ।
ପୂ, ଭାଦ୍ରପଦ- ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ମହିଳା ମାନେ ଆଭୁଷଣ ପ୍ରିୟ ହେବେ ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮