• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12 September 2023: ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ଲାଭ କରିବେ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ରାତ୍ରି ୧୧.୦୧ ଗତେ ସିଂହ । ତିଥି – ୧୩ଶୀ ରାତ୍ରି ୦୨.୨୧ ଗତେ ୧୪ଶୀ । ଘାତ ଚନ୍ଦ୍ର – ରାତ୍ରି ୧୧.୦୧ ଗତେ କର୍କ୍ରଟ ଓ ମକର । ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Tuesday 12 Sep 2023

ବିଶାଖା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ଅନୁରାଧା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ଜ୍ୟୋଷ୍ଠା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :