ଜୀବନ ସାଥିଙ୍କ ଆଗରେ ନିଜର ମନ କଥା ପ୍ରକାଶ କରିବେ । ପାରିବାରିକ ସ୍ଥିତି ଭଲ ରହିବ । ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି ।
ବିଦ୍ୟା କ୍ଷେତ୍ରରେ ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବା ଫଳରେ ଉତ୍ସାହିତ ହେବେ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀ ହେବାର ସମ୍ଭାବନା ରହିଛି ।
ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮