ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।
ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଘରୋଇ କାମ ହାସଲ କ୍ଷେତ୍ରରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା ପ୍ରାୟତଃ ଭଲ ରହିବ। କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କାର୍ଯ୍ୟରେ ସଫଳତା ପାଇବେ। ବକେୟା ଅର୍ଥ ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି।
ପ୍ରତିକାର- ମଙ୍ଗଳଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯