ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ନୂତନ ଯୋଜନାରମ୍ଭ କିମ୍ବା ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ। ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ ।
ବନ୍ଧୁଙ୍କ ସହାୟତାରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବା କଷ୍ଟକର ହେବ । ଭାଇଙ୍କ ସ୍ୱାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିବ । ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ସାହିତ୍ୟ, ସଙ୍ଗୀତାଦି କାର୍ଯ୍ୟକ୍ରମ ମାନ୍ଦା ହେବ ନାହିଁ । ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୌଣସି କଥାକୁ ନେଇକି ପ୍ରତାରିତ ହେବାର ଆଶଙ୍କା ଉପୁଜିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି ।
ପ୍ରତିକାର- ଗୁରୁବାର ଦିନ ଖେଚୁଡୀ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩