ଶିକ୍ଷା କ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ ଓ ନୂତନ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବାର ସୁଯୋଗ ପାଇବେ ।
କାର୍ଯ୍ୟ କ୍ଷେତ୍ରରେ କଠିନ ପରିଶ୍ରମ ଦ୍ୱାରା ଆଗକୁ ବଢିପାରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୁବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ବନ୍ଧ ଦୃଢିଭୂତ ହେବ । ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେଇପାରେ । ଅଫିସରେ କଠିନ ପରିଶ୍ରମ ଯୋଗୁ ଶାରିରୀକ କଷ୍ଟ ଭୋଗିପାରନ୍ତି । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ପ୍ରତିକାର- ପ୍ରତ୍ୟେକ ଦିନ ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬