ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ଓ ପ୍ରଭାବ ବଢିବ । ଶିକ୍ଷାକ୍ଷେତ୍ରରେ ରୁଚି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ।
ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ନୂତନକର୍ମ ନିଯୁକ୍ତି ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଭଲ ରହିବା ସହିତ ମନ ପ୍ରସନ୍ନ ରହିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।
ପ୍ରତିକାର- ମିଠାଦହି ଖାଇ ଘରୁ ବାହାରନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬