ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।
ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଆର୍ôଥକସ୍ଥିତି ସନ୍ତୋଷପ୍ରଦ ହେବ । ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ପରିଶ୍ରମର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ପାଖକୁ ଫେରି ଅସିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।
ପ୍ରତିକାର- ମହାଦେବଙ୍କୁ ନୀଳ ଫୁଲ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮